ଭୁବନେଶ୍ୱର:ରାଜ୍ୟସଭା ପାଇଁ ୨ ଜଣଙ୍କ ନାଁ ଘୋଷଣା କଲା ବିଜୁ ଜନତା ଦଳ। ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ରାଜ୍ୟସଭା ଟିକେଟ୍ । ରାଜ୍ୟସଭା ପ୍ରାର୍ଥୀ ପାଇଁ ଏହି ଦୁଇ ଜଣଙ୍କୁ ଚୟନ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ଏହି ଦୁଇ ଜଣଙ୍କ ନାଁ ଆଗରୁ ଚର୍ଚ୍ଚା ହେଉଥିଲା ।ନବୀନ ନିବାସରେ ଡାକ୍ତର ଦତ୍ତେଶ୍ବର ହୋତା ପହଞ୍ଚିବା ପରେ ବଢ଼ିଥିଲା ଚର୍ଚ୍ଚା । ସଂତୃପ୍ତ ମିଶ୍ର ବି ନବୀନ ନିବାସରେ ଥିଲେ । କାହାକୁ ରାଜ୍ୟସଭା ପାଇଁ ଟିକେଟ୍ ମିଳିବ ତାକୁ ନେଇ ଥିଲା ଅପେକ୍ଷା । ଶାସକ ଦଳ ବିଜେପି ଓ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ପକ୍ଷରୁ ଚାଲିଥିଲା ଜୋରଦାର କସରତ lଏସବୁ ଭିତରେ ଆଜି ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା କରିଛି ।
