ଭୁବନେଶ୍ୱର: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। ଉଭୟ ବିଜୁ ଛାତ୍ର ଜନତା ଦଳ ଉପସଭାପତି ଥିଲେ। ଗତକାଲି ବିଜେଡିରୁ ନିଲମ୍ବିତ ହୋଇଥିଲେ lସୂଚନାଯୋଗ୍ୟ, ଗତକାଲି ରାତିରେ ପ୍ରତାପଙ୍କ ଘର ଆଗରେ ବାଣ ଫୁଟାଇ ହଙ୍ଗାମା କରିଥିଲେ ୨ ଯୁବଛାତ୍ର ନେତା। ଘର ଲୋକ ବିରୋଧ କରିବାରୁ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ନିଲମ୍ବିତ ନେତାଙ୍କ ହଙ୍ଗାମା ବେଳର ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ ପ୍ରତାପ ଜେନା।
