ଭୁବନେଶ୍ୱର: କଟକ ଆସିବେ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍। ଜାନୁଆରୀ ୨୩ ତାରିଖରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ଆସିବେ। ଆସିବା ନେଇ ସହମତି ପ୍ରଦାନ କରିଛନ୍ତି ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍। ଉପରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବେ। ଏନେଇ ସୂଚନା ଦେବା ସହ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି ସଂସ୍କୃତି ସଚିବ ବିଜୟ କେତନ ଉପାଧ୍ୟାୟ ।
